ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବୃଷ, ତିଥି – ଅମାବାସ୍ୟା ରାତ୍ରି ୦୯.୨୩ ଗତେ ପ୍ରତିପଦ , ଘାତ ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବିଛା, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ପ୍ରାତଃ ୦୭.୨୯ ଗତେ ୧ ପାଦ- କୁଟୁମ୍ଭହାନୀ- ତିଳକାଞ୍ଜନ ଦାନ
ମୃଗଶିରା - ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପାରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।
ଆଦ୍ରା – ଶିକ୍ଷା ଦୃଷ୍ଟିରୁ ପିଲାମାନଙ୍କୁ ବହୁତ ଭଲ ଫଳ ମିଳିବ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ ।
ପୁନର୍ବସୁ- ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ଣ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡ଼ିପାରନ୍ତି ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫