ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବୃଷ, ତିଥି – ଅମାବାସ୍ୟା ରାତ୍ରି ୦୯.୨୩ ଗତେ ପ୍ରତିପଦ , ଘାତ ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବିଛା, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ପ୍ରାତଃ ୦୭.୨୯ ଗତେ ୧ ପାଦ- କୁଟୁମ୍ଭହାନୀ- ତିଳକାଞ୍ଜନ ଦାନ
ଉ , ଫାଲଗୁନୀ – ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ ।
ହସ୍ତା – ରାଜନୀତି କ୍ଷେତ୍ରରେ ବିଜୟ ଲାଭ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି । ଶିକ୍ଷାର୍ଥୀମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।
ଚିତ୍ରା – ମାଲିମୋକଦ୍ଦମା ଆପୋସ ବୁଝାବଣା ମଧ୍ୟରେ ସମାଧାନ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କିଛି ବିଶେଷ କାର୍ଯ୍ୟ ଅତି ଶୀଘ୍ର ପୂରଣ ହେବ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫