ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୯ ତାରିଖ ରବିବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୧୧ଶୀ ଦିବା ୦୧.୫୦ ଗତେ ୧୨ଶୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୧.୫୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।
ମଘା- ସ୍ୱାସ୍ଥ୍ୟକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇ ପାରେ । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ପାରିବାରିକ ଜୀବନରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ । ଦାମ୍ପତ୍ୟ ଜୀବନରେ ସମ୍ପର୍କରେ ଉନ୍ନତି ଆସିବ।
ପୂ,ଫାଲଗୁନି- ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ସମ୍ପତ୍ତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି । ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ ।
ଉ,ଫାଲଗୁନି- ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ନିଜର ଶକ୍ତି ଓ ସାମର୍ଥ ପାଇଁ ସୁନାମ ଅର୍ଜନ କରିବେ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ।
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧