ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ଅହୋରାତ୍ର,ତିଥି- ୪ର୍ଥୀ ସନ୍ଧ୍ୟା ୦୫.୨୮ ଗତେ ୫ମୀ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୫୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାତ୍ତନଦାନ
ମୂଳା- ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ । ଜୀବନ ସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଛଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ
ପୂ,ଷାଢା- ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ।ଆପଣଙ୍କ ଆତ୍ମବିଶ୍ୱାସ ଉଚ୍ଚ ରହିବ ।
ଉ,ଷାଢା- କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩