ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୯.୦୨ ଗତେ ଧନୁ । ତିଥି- ୫ମୀ ରାତ୍ରି ୧୨.୩୨ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ରାତ୍ରି ୦୯.୦୨ ଗତେ ତୁଳା ଓ କୁମ୍ଭ । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ନାସ୍ତି ।
ଚିତ୍ରା- ବନ୍ଧୁ , ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିବେ । ଦୂର ଯାତ୍ରାରେ କଷ୍ଟ ଅନୁଭବ କରିବେ ।
ସ୍ୱାତୀ- କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ । ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ । ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ ।
ବିଶାଖା- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମୀରେ ପଡିପାରନ୍ତି । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଜିଦ୍ ମନକୁ ବିଭ୍ରାନ୍ତ କରିପାରନ୍ତି ।
ପ୍ରତିକାର- ଶ୍ରୀ ଭାର୍ଗବୀଙ୍କ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬