• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ...

ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ ଓ ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁଁ କାମ ସହଜ ହେଇଯିବ । ସଭା ସମିତିରୁ ଆଶ୍ଵସ୍ତି ଲାଭ କରିବେ ।

Virgo

କନ୍ୟା

Thursday 19 Sep 2024

ଉ- ଫାଲ୍‌ଗୁନୀ- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ।

ହସ୍ତା- କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷ୍ୟ ପୂରଣ କରିପାରନ୍ତି । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଧ୍ୟ ପାଇ ପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ।

ଚିତ୍ରା- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କଠାରୁ ଦୂରେଇ ଯିବେ।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :