ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୫୮ ଗତେ ମୀନ,ତିଥି- ୩ୟା ଦିବା ୧୧.୩୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୦୮.୫୮ ଗତେ ଧନୁ ରାଶିର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୩୨ ଗତେ ୧ପାଦ-କୃଷିହାନି-ଭୂମିଦାନ
ଅଶ୍ୱନୀ- ପ୍ରେମିକକୁ ବିବାହ ପାଇଁ ପ୍ରସ୍ତାବ ଦେଇ ପାରନ୍ତି । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । କାର୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ
ଦ୍ୱିଜା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ
କୃତିକା- ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି
ପ୍ରତିକାର- ଶ୍ରୀ ହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯