ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୫୮ ଗତେ ମୀନ,ତିଥି- ୩ୟା ଦିବା ୧୧.୩୮ ଗତେ ୪ର୍ଥୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୦୮.୫୮ ଗତେ ଧନୁ ରାଶିର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୩୨ ଗତେ ୧ପାଦ-କୃଷିହାନି-ଭୂମିଦାନ
ଉ,ଷାଢା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥା ରୁ ଧନାଗମ ହେବ । ଅନ୍ୟ ସନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ
ଶ୍ରବଣା- ନିଜର ଆକସ୍ମିକ ବୁଦ୍ଧି ଓ କାର୍ୟ୍ୟ କରିବା ଶୈଳିରେ ପରିବର୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ
ଧନିଷ୍ଠା- ନିର୍ଭରଯୋଗ୍ୟ ସୁତ୍ରରୁ କିଛି ଅର୍ଥ ପାଇବେ, ଯାହା ଆପଣଙ୍କର ଆର୍ଥିକ ଅସୁବିଧାକୁ ଦୂର କରିପାରେ । ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ
ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮