ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ରବିିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି- ୧୦ମୀ ସନ୍ଧ୍ୟା ୦୭.୧୧ ଗତେ ୧୧ଶୀ ଘାତ ଚନ୍ଦ୍ର- ମେଷ ଅହୋରାତ୍ର,ଘାତ ବାର – ମେଷ ,ପୁଷ୍କର ଦୋଷ – ୧ପାଦ -କୃଷିହାନି- ଭୂମିଦାନ
ଧନିଷ୍ଠା – କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । ପୁରା ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ ।
ଶତଭିଷା – ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । କିଛି ନୂଆ କଥା ଶିଖିବାକୁ ସୁଯୋଗ ମିଳିବ ।
ପୂ , ଭାଦ୍ରପଦ – ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ଘରୋଇ କାର୍ୟ୍ୟକୁ ପୁରା କରିବାରେ ସକ୍ଷମ ହେବେ ।
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮