• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2023: କିପରି କଟିବ ବର୍ଷର ପ୍ରଥମ ଦିନ, ଜାଣନ୍ତୁ ଆଜିର ରାଶିଫଳ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ରବିିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି- ୧୦ମୀ ସନ୍ଧ୍ୟା ୦୭.୧୧ ଗତେ ୧୧ଶୀ ଘାତ ଚନ୍ଦ୍ର- ମେଷ ଅହୋରାତ୍ର,ଘାତ ବାର – ମେଷ ,ପୁଷ୍କର ଦୋଷ – ୧ପାଦ -କୃଷିହାନି- ଭୂମିଦାନ

Cancer

କର୍କଟ

Sunday 01 Jan 2023

ପୁନର୍ବସୁ -ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଦାମ୍ପତ୍ୟ କଳହର ଅବସାନ ଘଟିବ । ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ ।

ପୁଷ୍ୟା – ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ । କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ ।

ଅଶ୍ଳେଷା - ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ

ପ୍ରତିକାର – ଜଳ ସ୍ରୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :