ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ରବିିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି- ୧୦ମୀ ସନ୍ଧ୍ୟା ୦୭.୧୧ ଗତେ ୧୧ଶୀ ଘାତ ଚନ୍ଦ୍ର- ମେଷ ଅହୋରାତ୍ର,ଘାତ ବାର – ମେଷ ,ପୁଷ୍କର ଦୋଷ – ୧ପାଦ -କୃଷିହାନି- ଭୂମିଦାନ
ଉ , ଫାଲଗୁନୀ – ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ଆୟବ୍ୟୟ ସମାନ ପରିମାଣରେ ରହିବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ ।
ହସ୍ତା – ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ । ଅନ୍ତର୍ନିହିତ ପ୍ରତିଭାର ବିକାଶ ଘଟିବ ।
ଚିତ୍ରା – ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ । ଘର ପାଇଁ ଆସବାବ କ୍ରୟ କରିବେ ।
ପ୍ରତିକାର - ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫