• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st Jan 2023: କିପରି କଟିବ ବର୍ଷର ପ୍ରଥମ ଦିନ, ଜାଣନ୍ତୁ ଆଜିର ରାଶିଫଳ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ରବିିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି- ୧୦ମୀ ସନ୍ଧ୍ୟା ୦୭.୧୧ ଗତେ ୧୧ଶୀ ଘାତ ଚନ୍ଦ୍ର- ମେଷ ଅହୋରାତ୍ର,ଘାତ ବାର – ମେଷ ,ପୁଷ୍କର ଦୋଷ – ୧ପାଦ -କୃଷିହାନି- ଭୂମିଦାନ

Sagittarius

ଧନୁ

Sunday 01 Jan 2023

ମୂଳା – ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ ।

ପୂ , ଷାଢା – ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । ଅଫିସ୍ରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।

ଉ , ଷାଢା – ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।

ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :