ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ଗୁରୁବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ୧୨ଶୀ ଦିବା ୦୧.୩୯ ଗତେ ୧୩ଶୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୩୯ ପର୍ଯ୍ୟନ୍ତ ।
ମୃଗଶିରା - ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ । ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ
ଆଦ୍ରା - ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି , ଅବଶ୍ୟ ସଫଳତା ପାଇବେ । ଆପଣଙ୍କ ସବୁ ମନୋକାମନା ପୁର୍ଣ୍ଣ ହେବ
ପୁନର୍ବସୁ - ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫