Daily Horoscope 1st March 2025: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ।

Aries

ମେଷ

Saturday 01 Mar 2025

ଅଶ୍ୱନୀ- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ, ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ ।

ଦ୍ୱିଜା- ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।

କୃତିକା- ରାଜନୀତିରେ କିଛି ବିଶେଷ କଥା ଆଲୋଚନା କରିବେ । କୋର୍ଟ ମାମଲାରେ ଲାଭ ହେବ । ମହିଳାମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୦୯ ଗତେ ୩ୟା । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୧.୨୨ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୧୨.୦୯ ଗତେ ୧ ପାଦ-କୃଷିହାନି-ଭୂମିଦାନ ।