ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ବୁଧବାର। ଚନ୍ଦ୍ର- ବୃଷ ଦିବା ୦୪.୧୨ ଗତେ ମିଥୁନ, ତିଥି- ୪ର୍ଥୀ ରାତ୍ରି ୦୯.୧୯ ଗତେ ୫ମୀ, ଘାତ ଚନ୍ଦ୍ର- ବିଛା ରାଶିର, ଦିବା ୦୪.୧୨ ଗତେ କନ୍ୟା ରାଶିର, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ – ନାସ୍ତି
ମୃଗଶିରା - ପାରବାରିକ ଜୀବନରେ ଆବଶ୍ୟକ ସ୍ଥଳେ ଛଳନାର ଆଶ୍ରୟ ନେଇ ,ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ଅନ୍ୟମାନେ ଆପଣଙ୍କୁ ଭୁଲ୍ ବୁଝିପାରନ୍ତି କିନ୍ତୁ ଠିକ୍ ସିଦ୍ଧାନ୍ତ ଯୋଗୁ କାର୍ଯ୍ୟ ଉତ୍ତମ ହେବ ।
ଆଦ୍ରା - ବ୍ୟବସାୟୀ ମାନେ ବିନା ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ । ଚାକିରି କ୍ଷେତ୍ରରେ ପଦୋନ୍ନତି ହୋଇପାରେ ।
ପୁନର୍ବସୁ - କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସହିତ ମତାନ୍ତର ଫଳରେ ସେମାନେ ଆପଣଙ୍କୁ ବିରୁଦ୍ଧାଚରଣ କରିବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ମହିଳା ମାନଙ୍କର କାହା ସହିତ ତାଳମେଳ ରହିବ ନାହିଁ ।
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫