• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st September 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୩୭ ଗତେ ମୀନ । ତିଥି-୨ୟା ରାତ୍ରି ୧୧.୫୦ ଗତେ ୩ୟା । ଘାତ ଚନ୍ଦ୍ର-ମିଥୁନ ଓ ମୀନ ।ରାଶିର, ଦିବା ୦୯.୩୭ ଗତେ ଧନୁ ରାଶି । ଘାତ ବାର-ବିଛା, ଧନୁ ଓ ମୀନ ।

Aries

ମେଷ

Friday 01 Sep 2023

ଅଶ୍ୱନୀ- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ ।

ଦ୍ୱିଜା- ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭିନ୍ନ ମାର୍ଗରେ ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।  ଆଲୋଚନାର ଶେଷ ପର‌୍ୟ୍ୟାୟରେ ସହକର୍ମୀଙ୍କ ସହ ମନୋମାଳିନ୍ୟ ଯୋଗୁ ଉଦାସ ରହିବେ। ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ ।

କୃତିକା- ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେବାର ଆଶଙ୍କା ରହିଛି । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। କୌଣସି ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିବା କଷ୍ଟପ୍ରଦ ମନେହେବ। 

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର -  ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ