• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st September 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୩୭ ଗତେ ମୀନ । ତିଥି-୨ୟା ରାତ୍ରି ୧୧.୫୦ ଗତେ ୩ୟା । ଘାତ ଚନ୍ଦ୍ର-ମିଥୁନ ଓ ମୀନ ।ରାଶିର, ଦିବା ୦୯.୩୭ ଗତେ ଧନୁ ରାଶି । ଘାତ ବାର-ବିଛା, ଧନୁ ଓ ମୀନ ।

Aquarius

କୁମ୍ଭ

Friday 01 Sep 2023

ଧନିଷ୍ଠା- ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । 

ଶତଭିଷା- ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ଏବଂ ସାମାଜିକ ପ୍ରତିଷ୍ଠା ଲଭିବେ।

ପୂ,  ଭାଦ୍ରପଦ-  ପ୍ରତ୍ୟେକେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ଉଚ୍ଚକର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର- ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ