• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st September 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୩୭ ଗତେ ମୀନ । ତିଥି-୨ୟା ରାତ୍ରି ୧୧.୫୦ ଗତେ ୩ୟା । ଘାତ ଚନ୍ଦ୍ର-ମିଥୁନ ଓ ମୀନ ।ରାଶିର, ଦିବା ୦୯.୩୭ ଗତେ ଧନୁ ରାଶି । ଘାତ ବାର-ବିଛା, ଧନୁ ଓ ମୀନ ।

Gemini

ମିଥୁନ

Friday 01 Sep 2023

ମୃଗଶିରା-  ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ମନକୁ ଶାନ୍ତି ମିଳିବ । କର୍ମକ୍ଷେତ୍ରରେ ବିବାଦୀୟ ଚିନ୍ତାଧାରା ପାଇଁ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହି ପାରନ୍ତି ।

ଆଦ୍ରା- କେତେକ କ୍ଷେତ୍ରରେ ସବୁ ଜାଣିଶୁଣି ସୁଦ୍ଧା ଚୁପ୍ ରହିବାକୁ ବାଧ୍ୟ ହେବେ। ପିତାମାତା ମାନେ ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି। ଅର୍ଥ ସଙ୍କଟରେ ପଡ଼ିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ।

ପୁନର୍ବସୁ- ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥ ସଂଗ୍ରହ କରି ବାଣିଜ୍ୟରେ ବିନିଯୋଗ କରିପାରନ୍ତି । ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର- ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ