• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st September 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୩୭ ଗତେ ମୀନ । ତିଥି-୨ୟା ରାତ୍ରି ୧୧.୫୦ ଗତେ ୩ୟା । ଘାତ ଚନ୍ଦ୍ର-ମିଥୁନ ଓ ମୀନ ।ରାଶିର, ଦିବା ୦୯.୩୭ ଗତେ ଧନୁ ରାଶି । ଘାତ ବାର-ବିଛା, ଧନୁ ଓ ମୀନ ।

Libra

ତୁଳା

Friday 01 Sep 2023

ଚିତ୍ରା- ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସଂପନ୍ନ କରିବାରେ ଅସୁବିଧା ହେବ ନାହିଁ।
ସାମୟିକ ପୁରାତନ ରୋଗର ପୀଡ଼ା ଅନୁଭବ କରିପାରନ୍ତି।

ସ୍ୱାତୀ- କୌଣସି ସାମାଜିକ କାମରେ ସହଯୋଗ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସିଯାଇପାରେ। ବିଦ୍ୟାର୍ଥୀ ମାନଙ୍କ ଉଚ୍ଚ ଶିକ୍ଷାର ଅଭିଳାଷ ପୂର୍ଣ୍ଣ  ହେବ । 

ବିଶାଖା- ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡ଼ିବ। ସରକାରୀ ସ୍ତରରୁ ଅର୍ଥ ସାହାଯ୍ୟ ପାଇବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର- କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ