ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ଶନିବାର । ଚନ୍ଦ୍ର- ସିଂହ ରାତ୍ରି ୦୮.୫୦ ଗତେ କନ୍ୟା,ତିଥି- ୧୨ଶୀ ରାତ୍ରି ୧୦.୪୧ ଗତେ ୧୩ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୮.୫୦ ଗତେ ବୃଷ ରାଶିର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୨.୦୪ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନଦାନ ରାତ୍ରି୧୦.୪୧ ଗତେ ୨ ପାଦ-କୃଷି ଓ ବଂଶ ହାନି –ଭୂମି ଓ ତିଳକାଞ୍ଚନ ଦାନ
ଧନିଷ୍ଠା- ବୈବାହିକ ଜୀବନକୁ ଅଧିକ ସୁଖମୟ ବଣେଇବାର ଚେଷ୍ଟା ଆଶାରୁ ଅଧିକ ରଙ୍ଗ ଆଣିବ ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି ।
ଶତଭିଷା- ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର୍ୟ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ରାଜନିତିରେ ବିଶ୍ୱାସୀ ଲୋକ ମାନେ ଧୋକା ଦେବେ । ବ୍ୟବସାୟରେ କ୍ଷତି ଯୋଗୁ ମନ ଅଶାନ୍ତିରେ ରହିବ
ପୂ,ଭାଦ୍ରପଦ- ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ମନୋରଞ୍ଜନ କ୍ଷେତ୍ରରେ ବେଶୀ ଗୁରୁତ୍ୱ ଦେଇ ପାରନ୍ତି
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮