ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ଶନିବାର । ଚନ୍ଦ୍ର- ସିଂହ ରାତ୍ରି ୦୮.୫୦ ଗତେ କନ୍ୟା,ତିଥି- ୧୨ଶୀ ରାତ୍ରି ୧୦.୪୧ ଗତେ ୧୩ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୮.୫୦ ଗତେ ବୃଷ ରାଶିର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୨.୦୪ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନଦାନ ରାତ୍ରି୧୦.୪୧ ଗତେ ୨ ପାଦ-କୃଷି ଓ ବଂଶ ହାନି –ଭୂମି ଓ ତିଳକାଞ୍ଚନ ଦାନ
ପୂ,ଭାଦ୍ରପଦ- ପ୍ରେମିକା , ପ୍ରେମିକ ଦର୍ଶନୀୟ ସ୍ଥାନକୁ ବୁଲି ଯିବେ । ଅଫିସ୍ରେ ଆପଣଙ୍କର କାମରେ ଖୁସି ହୋଇ ସହକର୍ମୀ ଆପଣଙ୍କୁ ପ୍ରଶଂସା କରିବେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ
ଉ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ
ରେବତୀ- ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । ପରିବାରରେ ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବ । କ୍ୟାରୀୟରରେ ସକାରାତ୍ମକ ପ୍ରଭାବ ପଡିବ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ ।
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ପରିଧାନ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩