ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ଶନିବାର । ଚନ୍ଦ୍ର- ସିଂହ ରାତ୍ରି ୦୮.୫୦ ଗତେ କନ୍ୟା,ତିଥି- ୧୨ଶୀ ରାତ୍ରି ୧୦.୪୧ ଗତେ ୧୩ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୮.୫୦ ଗତେ ବୃଷ ରାଶିର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୨.୦୪ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନଦାନ ରାତ୍ରି୧୦.୪୧ ଗତେ ୨ ପାଦ-କୃଷି ଓ ବଂଶ ହାନି –ଭୂମି ଓ ତିଳକାଞ୍ଚନ ଦାନ
ଉ,ଫଳଗୁନି- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ୟ୍ୟ ହାସଲ କରିନେବେ । ଦାମ୍ପତ୍ୟ ଜୀବନରେ ସମାନ୍ୟ ତିକ୍ତତା ଦେଖାଦେଇପାରେ ।
ହସ୍ତା- ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ମର୍ଯ୍ୟଦା ଲାଭ କରିବେ ।
ଚିତ୍ରା- ଗୃହିଣୀଙ୍କ ପାଇଁ ମିଶ୍ରିତ ଫଳ ରହିବ । ଗୁରୁଜନଙ୍କ ସହ ଆଲୋଚନା କରି ନୂତନ କାର୍ୟ୍ୟ ଆରମ୍ଭ କରି ପାରିବେ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫