ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି- ୮ମୀ ଦିବା ୧୧.୧୪ ଗତେ ୯ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର
ଉ,ଫଳଗୁନି- ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ବକେୟା ଅର୍ଥ ଆଦାୟ ହେବ ।
ହସ୍ତା- ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। ଅଫିସ୍ ସମସ୍ୟା ସମାଧାନର ରାସ୍ତା ବାହାର କରିବାରେ ସମର୍ଥ ହେବେ। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି।
ଚିତ୍ରା- ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନ ଜନକ ଘଟଣା ଘଟିବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ ।
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫