ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି- ୮ମୀ ଦିବା ୧୧.୧୪ ଗତେ ୯ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର
ମୂଳା- ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ବ୍ୟବସାୟରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରିବେ ।
ପୂ,ଷାଢା- ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ । ସାମ୍ବାଦିକତା, କଳ କାରଖାନା ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ର ପାଇଁ ଦିନଟି ଭଲ।
ଉ,ଷାଢା- ବିବାଦୀୟ ବିଷୟ ଚିନ୍ତାକରି ସମ୍ପର୍କୀୟମାନେ ମଧ୍ୟ ପାଖ ମାଡ଼ିବେ ନାହିଁ। ଦୀର୍ଘ ଦିନରୁ ଅବହେଳିତ କାର୍ୟ୍ୟ ସକାଶେ ଅନୁତାପ କରିପାରନ୍ତି।
ପ୍ରତିକାର- ପାଣିରେ ହଳଦୀ ଟିକେ ମିଶାଇ ଗାଧାନ୍ତୁ ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩