• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Febryary 2025: ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଖୁସି ଖବର ? ଜାଣନ୍ତୁ ଆଜିର ରାଶିଫଳ..

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ପ୍ରାତଃ ୦୬.୪୯ ଗତେ ବିଛା । ତିଥି- ୭ମୀ ଦିବା ୦୯.୫୮ ଗତେ ୮ମୀ ଘାତଚନ୍ଦ୍ର- ନାସ୍ତି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୫୮ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ଦିବା ୦୧.୨୯ ପର୍ଯ୍ୟନ୍ତ ।

Pisces

ମୀନ

Thursday 20 Feb 2025

ପୂ,ଭାଦ୍ରପଦ- ସ୍ବାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହି ପାରନ୍ତି । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ।

ଉ,ଭାଦ୍ରପଦ- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ । କର୍ମକ୍ଷେତ୍ରରେ ବନ୍ଧୁତା ଓ ବ୍ୟବସାୟରେ ଉନ୍ନତି କରିବେ । ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତାରୁ ପ୍ରଶଂସିତ ହେବେ।

ରେବତୀ- ପଦମର‌୍ୟ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ । ନୂତନ ଯୋଜନାରେ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ପିଲାମାନଙ୍କ ପଢ଼ାସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :