କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ପ୍ରାତଃ ୦୬.୪୯ ଗତେ ବିଛା । ତିଥି- ୭ମୀ ଦିବା ୦୯.୫୮ ଗତେ ୮ମୀ ଘାତଚନ୍ଦ୍ର- ନାସ୍ତି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୫୮ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ଦିବା ୦୧.୨୯ ପର୍ଯ୍ୟନ୍ତ ।
ମଘା- ଭବିଷ୍ୟତ ପାଇଁ ଯୋଜନା କରି ପୁଞି ନିବେଶ କରିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର୍ୟ୍ୟ କ୍ଷେତ୍ରରେ ପରିବର୍ତନ ହେବ ।କର୍ମ କ୍ଷେତ୍ରରେ ପ୍ରତିବନ୍ଧକ ରହିଥିଲେ ମଧ୍ୟ ଉଦ୍ୟମ ନିଷ୍ଫଳ ହେବନାହିଁ ।
ପୂ- ଫାଲ୍ଗୁନୀ- ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ୍ ହେବାର ସମ୍ଭାବନା ଅଛି । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ଅର୍ଥ ସମ୍ପର୍କିତ କ୍ଷେତ୍ରରେ ଅଗ୍ରଗତି ହେବ ।
ଉ- ଫାଲ୍ଗୁନୀ- ଛାତ୍ରଛାତ୍ରୀ ମାନେ ମିତ୍ରଙ୍କ ସାହାର୍ୟ୍ୟ ଦ୍ୱାରା ପଢାରେ ଆଗେଇବେ । କୁଟୁମ୍ଭ ବାଦବିବାଦ ଦୂରେଇ ଯିବ । ସମାଜ କଲ୍ୟାଣ,ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ ।
ପ୍ରତିକାର – ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧