କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ପ୍ରାତଃ ୦୬.୪୯ ଗତେ ବିଛା । ତିଥି- ୭ମୀ ଦିବା ୦୯.୫୮ ଗତେ ୮ମୀ ଘାତଚନ୍ଦ୍ର- ନାସ୍ତି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୫୮ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ଦିବା ୦୧.୨୯ ପର୍ଯ୍ୟନ୍ତ ।
ବିଶାଖା- ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଚେଷ୍ଟା ସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।
ଅନୁରାଧା- ଆଜି ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ । ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।
ଜ୍ୟେଷ୍ଠା- ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ପ୍ରଶଂସିତ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀ ମାନେ ଶିକ୍ଷାରେ ସଫଳତା ଲାଭ କରିବେ।
ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯