• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର। ଚନ୍ଦ୍ର- ମେଷ ଦିବା ୦୮.୫୩ ଗତେ ବୃଷ, ତିଥି- ୧୦ ମୀ ସନ୍ଧ୍ୟା ୦୭.୨୭ ଗତେ ୧୧ ଶୀ, ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୫୩ ଗତେ ବିଛା ରାଶିର, ଘାତବାର- ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୦୯ ଗତେ ୧ ପାଦ କୃଷିହାନି-ଭୂମିଦାନ

Libra

ତୁଳା

Saturday 20 Jan 2024

ଚିତ୍ରା-ସକାଳୁ କୌଣସି କାମରେ ନିଜକୁ ନିୟୋଜିତ କରି ଅନ୍ୟମାନଙ୍କ କୃପାଭାଜନ ହେବେ। ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତିକୁ ବୃଦ୍ଧି କରିବ । ଯେକୈାଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଚଳାଇନେଇ ପାରିଲେ କୃତକାର୍ଯ୍ୟ ହେବେ ।

ସ୍ୱାତୀ- ଅଫିସ୍‌ରେ କୌଣସି ବ୍ୟକ୍ତିଠାରୁ କିଛି ଗୋପନୀୟ କଥା ଶୁଣି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ ।

ବିଶାଖା- ଅଶାନ୍ତିଜନିତ ମାନସିକ ଯନ୍ତ୍ରଣା କେତେକାଂଶରେ ବନ୍ଧୁଙ୍କ ଆଶ୍ୱାସନାରୁ ଉପଶମ ହେବ। ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଆନୁଷ୍ଠାନିକ କାର୍ଯ୍ୟ ପ୍ରସ୍ତୁତି ସକାଶେ ବ୍ୟସ୍ତ ରହିପାରନ୍ତି।

ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :