ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୦ ତାରିଖ ଗୁରୁବାର ।ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି- ୩ୟା ଅହୋରାତ୍ର । ଘାତ ଚନ୍ଦ୍ର- ଦିବା ୧୦.୫୫ ଗତେ କର୍କଟ, ମକର । ଘାତବାର- ତୁଳା, କୁମ୍ଭ । ପୁଷ୍କରଦୋଷ- ନାସ୍ତି ।
ମଘା- ମାନସିକ ଦୁଶ୍ଚିନ୍ତା ଦୂର ହେବ । ଗୁରୁଙ୍କ ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।
ପୂ , ଫାଲଗୁନୀ - ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଅର୍ଥ ସମ୍ପର୍କୀତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।
ଉ ,ଫାଲଗୁନୀ – ଛାତ୍ରଛାତ୍ରୀ ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧