• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th July 2024: ଏହି ରାଶିର ବ୍ୟକ୍ତି ଭ୍ରମଣର ସୁଯୋଗ ପାଇବେ ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି- ୧୪ଶୀ ସନ୍ଧ୍ୟା ୦୫.୫୯ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Pisces

ମୀନ

Saturday 20 Jul 2024

ପୂ,ଭାଦ୍ରପଦ- ପିଲାଙ୍କ ସଫଳତାକୁ ନେଇ ଖୁସି ହେବେ । ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ । ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ ।

ଉ,ଭାଦ୍ରପଦ- କୌଣସି କ୍ଷେତ୍ରରେ ଆଜି ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଦୂରଯାତ୍ରାରେ ଭ୍ରମଣ ହେତୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ ।

ରେବତୀ- ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ । ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍ ସମୟରେ ଆସିବେ ଓ କାର୍ଯ୍ୟରେ ଯୋଗଦେବେ । ଛୋଟବଡ଼ ସମସ୍ୟାକୁ ଛାଡ଼ିଦେଲେ ଦିନଟି ଭଲରେ କଟିବ ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :