ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ, ସୋମବାର, ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୪ଶୀ ରାତ୍ରି ୦୧.୪୭ ଗତେ ଅମାବାସ୍ୟା, ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର, ଘାତ ବାର- ମିଥୁନ,ପୁଷ୍କର ଦୋଷ – ରାତ୍ରି ୦୭.୩୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ
ମୃଗଶିରା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଆର୍ଥିକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ପଢାପଢିରେ ଓ ପରୀକ୍ଷାରେ ସଫଳ ମିଳିବ । ଆଦ୍ରା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ ।
ପୁନର୍ବସୁ- ବିବାହିତ ସମ୍ବନ୍ଧୀୟ କଥାବାର୍ତ୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫