ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ବୁଧବାର,ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୧୧ଶୀ ରାତ୍ରି ୦୨.୨୩ ଗତେ ୧୨ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ରାତ୍ରି ୦୨.୨୩ ଗତେ ୧-ପାଦ ପଶୁ ସମ୍ପଦ ନାଶ-ଅନ୍ନ ଦାନ ।
କୃତିକା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ
ରୋହିଣୀ- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ରାଜନୀତିରେ ବରିଷ୍ଠ ବ୍ୟକ୍ତିଙ୍କ ସହିତ ସୁମ୍ପର୍କ ସ୍ଥାପନ ହେବ ।
ମୃଗଶିରା- ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଘରୋଇ କାର୍ୟ୍ୟ ଯୋଗୁଁ ଥକା ଅନୁଭବ କରିବେ । ଜାଗା ,ଜମି, ଗୃହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇପାରେ ।
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬