ସୈାର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ସୋମବାର । ଚନ୍ଦ୍ର- ମକର ଦିବା ୧୦.୦୭ ଗତେ କୁମ୍ଭ, ତିଥି- ୮ମୀ ରାତ୍ରି ୦୩.୧୬ ଗତେ ୯ମୀ, ଘାତଚନ୍ଦ୍ର- ସିଂହ ରାଶିର, ଦିବା ୧୦.୦୭ ଗତେ ମିଥୁନ ଓ ମୀନ ରାଶିର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି
ଚିତ୍ରା- ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ମାନସିକ ଚାପ ସତ୍ୱେ ପରିବାରର ସବୁ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ ।
ସ୍ୱାତୀ- ଜୀବନସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । ଛାତ୍ରଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ ।
ବିଶାଖା- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬