ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୬ଷ୍ଠୀ ସନ୍ଧ୍ୟା ୦୫.୩୦ ଗତେ ୭ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ,ପୁଷ୍କର ଦୋଷ- ସନ୍ଧ୍ୟା ୦୫.୦୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ
କୃତିକା- ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ ।
ରୋହିଣୀ- ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ସାମୟିକ ଭାବପ୍ରବଣତା କିମ୍ବା ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି।
ମୃଗଶିରା-ଆକସ୍ମିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ ବିଭିନ୍ନ କାରଣକୁ ନେଇ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ।
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬