ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୬ଷ୍ଠୀ ସନ୍ଧ୍ୟା ୦୫.୩୦ ଗତେ ୭ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ,ପୁଷ୍କର ଦୋଷ- ସନ୍ଧ୍ୟା ୦୫.୦୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ
ପୁନର୍ବସୁ- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ପୁଷ୍ୟା- ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ନିଜ ଲୋକଙ୍କ ଅନାଦର ଭାବ ମନକୁ ସାମୟିକ ବ୍ୟଥିତ କରିପାରେ।
ଅଶ୍ଲେଷା- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ପ୍ରତିକାର – ଜଳ ସୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨