• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th October 2023: ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ, ଧନଲାଭର ଯୋଗ

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୬ଷ୍ଠୀ ରାତ୍ରି ୧୧.୨୫ ଗତେ ୭ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ରାତ୍ରି ୧୧.୨୫ ଗତେ ୧ ପାଦ ପଶୁସମ୍ପଦ ନାଶ-ଅନ୍ନ ଦାନ ।

Aries

ମେଷ

Friday 20 Oct 2023

ଅଶ୍ୱନୀ- ପାରିବାରିକ ଜୀବନରେ ଆୟ ବୃଦ୍ଧି ହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ ।  ଯାହାକୁ ନିଜର ବୋଲି ମନେ କରିବେ ସେ ହିଁ ଧୋକାଦେବାର ବହୁ ସମ୍ଭାବନା ରହିଛି। ଅଭିଯୋଗକୁ ଗୁରୁତର ସହ ବିଚାର ନ କରିବା ବଡ଼ ଭୁଲ୍ ହୋଇପାରେ ।

ଦ୍ୱିଜା- ଆନୁଷ୍ଟାନିକ କାମ ସକାଶେ ବିଶେଷ ଭାବେ ଧାଁଦଉଡ କରିବାକୁ ପଡିପାରେ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ସମସ୍ତ ପ୍ରକାର ସୁବିଧା ଥାଇ ମଧ୍ୟ କାମଟିକୁ ପୂରା କରିପାରିବେ ନାହିଁ ।    

କୃତିକା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳା ମାନେ ଦୁଃଖିତ ରହିବେ ।ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି ।    

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର -  ମହାଦେବଙ୍କ ପୂଜା କରନ୍ତୁ