• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th October 2023: ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ, ଧନଲାଭର ଯୋଗ

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୬ଷ୍ଠୀ ରାତ୍ରି ୧୧.୨୫ ଗତେ ୭ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ରାତ୍ରି ୧୧.୨୫ ଗତେ ୧ ପାଦ ପଶୁସମ୍ପଦ ନାଶ-ଅନ୍ନ ଦାନ ।

Taurus

ବୃଷ

Friday 20 Oct 2023

କୃତିକା- ସାମୟିକ ଭାବରେ ପୁରାତନ ରୋଗ ରୁ ପୀଡ଼ା ଅନୁଭବ କରିପାରନ୍ତି । ନିକଟ ସମ୍ପର୍କୀୟଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ ।

ରୋହିଣୀ- ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଅତୀତରେ ବହୁତ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ବାଦବିବାଦ କ୍ରମେ ଜଟିଳ ହେବା ସୂଚନା ରହିଛି।    

ମୃଗଶିରା- ରାଜନୀତିରେ ଲୋକଙ୍କ ସମ୍ପର୍କରେ ରହିବେ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ମହିଳା ମାନେ ଉତ୍ସାହିତ ରହିବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ