• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th October 2023: ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ, ଧନଲାଭର ଯୋଗ

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୬ଷ୍ଠୀ ରାତ୍ରି ୧୧.୨୫ ଗତେ ୭ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ରାତ୍ରି ୧୧.୨୫ ଗତେ ୧ ପାଦ ପଶୁସମ୍ପଦ ନାଶ-ଅନ୍ନ ଦାନ ।

Aquarius

କୁମ୍ଭ

Friday 20 Oct 2023

ଧନିଷ୍ଠା- ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମରେ ଅବହେଳା କରିପାରିବେ ନାହିଁ । ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି। 

ଶତଭିଷା- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।  

ପୂ,  ଭାଦ୍ରପଦ- ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର - ନାଲି ପୋଷାକ ବ୍ୟବହାର କରନ୍ତୁ