• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th October 2023: ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ, ଧନଲାଭର ଯୋଗ

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୬ଷ୍ଠୀ ରାତ୍ରି ୧୧.୨୫ ଗତେ ୭ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ରାତ୍ରି ୧୧.୨୫ ଗତେ ୧ ପାଦ ପଶୁସମ୍ପଦ ନାଶ-ଅନ୍ନ ଦାନ ।

Cancer

କର୍କଟ

Friday 20 Oct 2023

ପୁନର୍ବସୁ- ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ ।  ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ବଢି ବଢି ଯାଉଥିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ଆପଣ ସଂକୋଚ ବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ ।

ପୁଷ୍ୟା- କର୍ମ କ୍ଷେତ୍ରରେ ନିଯୁକ୍ତି ପାଇଁ ଚେଷ୍ଟା କରିବେ । ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆମତ୍ୀୟମାନେ ହଠାତ୍ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର‌୍ୟ୍ୟ ଶେଷ ପର‌୍ୟ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ ।

ଅଶ୍ଳେଷା- ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର - ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ