• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st August 2024: ଏହି ରାଶିର ବ୍ୟକ୍ତିଙ୍କର ଭ୍ରମଣ ସୁଯୋଗ ଜୁଟିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୭.୧୨ ଗତେ ମୀନ ତିଥି-୨ ୟା ସନ୍ଧ୍ୟା ୦୫.୦୭ ଗତେ ୩ୟା ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ସନ୍ଧ୍ୟା ୦୭.୧୨ ଗତେ ଧନୁ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୨.୩୩ ପର୍ଯ୍ୟନ୍ତ

Aquarius

କୁମ୍ଭ

Wednesday 21 Aug 2024

ଧନିଷ୍ଠା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ସାମୟିକ ସ୍ୱାସ୍ଥ୍ୟ ହାନି ଯୋଗୁ ମନ ଅଶାନ୍ତ ରହିପାରେ ।
ଶତଭିଷା- ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଅନ୍ୟ ମାନଙ୍କୁ ମିଠା କଥାକହି କାମ ହାସଲ କରିବେ ।
ପୂ,ଭାଦ୍ରପଦ- ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ । ଧାର୍ମିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ । ପ୍ରକାଶନ, ଚୁକ୍ତିପତ୍ର,ଆଲୋଚନା ତଥା ଲେଖାପଢାରୁ ଶୁଭଫଳ ପାଇବେ ।
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :