• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st March 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ୍ ହେବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- କର୍କଟ ରାତ୍ରି ୦୧.୨୭ ଗତେ ସିଂହ,ତିଥ- ୧୨ଶୀ ନିଶାନ୍ତ ୦୪.୪୪ ଗତେ ୧୩ଶୀ । ଘାତଚନ୍ଦ୍ର- ରାତ୍ରି ୦୧.୨୭ ଗତେ କର୍କଟ ଓ ମକର ରାଶିର ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ଓ ମିଥୁନ ରାଶିର, ନିଶାନ୍ତ ୦୪.୪୪,ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ନିଶାନ୍ତ ୦୪.୪୪ ପର୍ଯ୍ୟନ୍ତ

Pisces

ମୀନ

Thursday 21 Mar 2024

ପୂ, ଭାଦ୍ରପଦ- ପୁରୁଣା ସାଙ୍ଗ ମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୈାଣସି କାର‌୍ୟ୍ୟରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି

ଉ, ଭାଦ୍ରପଦ- ରାଜନୈତିକ ସମ୍ମାନ ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ଭଲ ପ୍ରଦର୍ଶନ କରିବେ । ବ୍ୟବସାୟକୁ ନୂଆ ପ୍ରଣାଳୀରେ ଆରମ୍ଭ କରିବାକୁ ଚେଷ୍ଟା କରିବେ । ଉଦାସିନତା ଓ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ

ରେବତୀ- ଗୃହିଣୀଙ୍କ ପାଇଁ ମିଶ୍ରିତ ଫଳ ରହିବ । ଗୁରୁଜନଙ୍କ ସହ ଆଲୋଚନା କରି ନୂତନ କାର‌୍ୟ୍ୟ ଆରମ୍ଭ କରି ପାରିବେ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :