ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- କର୍କଟ ରାତ୍ରି ୦୧.୨୭ ଗତେ ସିଂହ,ତିଥ- ୧୨ଶୀ ନିଶାନ୍ତ ୦୪.୪୪ ଗତେ ୧୩ଶୀ । ଘାତଚନ୍ଦ୍ର- ରାତ୍ରି ୦୧.୨୭ ଗତେ କର୍କଟ ଓ ମକର ରାଶିର ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ଓ ମିଥୁନ ରାଶିର, ନିଶାନ୍ତ ୦୪.୪୪,ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ନିଶାନ୍ତ ୦୪.୪୪ ପର୍ଯ୍ୟନ୍ତ
ମଘା- କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ୟ୍ୟ ସ୍ଥଗିତ ରହିପାରେ। ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।
ପୂ- ଫାଲ୍ଗୁନୀ- ଅଫିସ୍ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରିବା ଉଚିତ୍ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ
ଉ- ଫାଲ୍ଗୁନୀ- ସାମାଜିକ ସ୍ତରରେ ସମ୍ବର୍ଦ୍ଧିତ ହୋଇପାରନ୍ତି । ପ୍ରଶାସନ, ଆଇନ, କଳା, ସାହିତ୍ୟରେ ଉନ୍ନତି କରିବେ। ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧