• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ମଙ୍ଗଳବାର। ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୩ ଶୀ ସନ୍ଧ୍ୟା ୦୫.୩୯ ଗତେ ୧୪ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Tuesday 21 May 2024

ମୂଳା – ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ ।

ପୂ , ଷାଢା – ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।

ଉ , ଷାଢା – ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।

ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :