ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବନାହିଁ । କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ।
ପୁନର୍ବସୁ- ସକାଳୁ ସକାଳୁ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ମାନସିକ ଅସ୍ଥିରତା ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ ।
ପୁଷ୍ୟା- କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନ ପାଇଁ ରାସ୍ତା ଖୋଜି ପାଇବେ। ଆଜିର ଅଧିକାଂଶ ସମୟ ବନ୍ଧୁଙ୍କ ସହଯୋଗ କାରଣରୁ ଭଲ ରହିବ। ଅଫିସ୍ରୁ ଆସିବା ବେଳକୁ ମନ ପସନ୍ଦର ଜିନିଷ କିଣିବାରେ ସମର୍ଥ ହେବେ।
ଅଶ୍ଲେଷା- ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟ କଚେରୀ ମାମଲାରେ ଚିନ୍ତା ରେ ରହିବେ । ସାମ୍ବାଦିକତା କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ପ୍ରତିକାର- ବାପା ମା'ଙ୍କ ସେବା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨