ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ୧୧ଶୀ ସନ୍ଧ୍ୟା ୦୭.୨୭ ଗତେ ୧୨ ଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର।
ଅଶ୍ୱନୀ – ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ଶାରୀରିକ କଷ୍ଟ ଭୋଗିପାରନ୍ତି ।
ଦ୍ୱିଜା – ବହୁତ ଅଯଥା ଭ୍ରମଣ କରିବାକୁ ପଡିପାରେ । ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ସମାଜ ସେବାରେ ସ୍ୱନାମ ପାଇବେ ।
କୃତିକା – ପରିବାରର ମାମଲା ଘରେ ହିଁ ସମାଧାନ ହୋଇଯିବ । ମହିଳାମାନେ ଆନନ୍ଦମୟ ମୁହୂର୍ତ କାଟିବେ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।
ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯