• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22 August 2023: ଆଜି ଏହି ରାଶିର ବ୍ୟକ୍ତି ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ

ସୌର ସିଂହମାସ ଶ୍ରାବଣ( ଶୁଦ୍ଧ) ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ୬ ଷ୍ଠୀ ରାତ୍ରି ୦୩.୦୬ ଗତେ ୭ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୩.୦୬ ଗତେ ୨ ପାଦ- କୃଷି ଓ ପଶୁହାନୀ-ଭୂମି ଓ ଅନ୍ନଦାନ ।

Virgo

କନ୍ୟା

Tuesday 22 Aug 2023

ଉ- ଫାଲ୍‌ଗୁନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦୃଢ଼ କରିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ ।

ହସ୍ତା- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଛାତ୍ରଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ଚିତ୍ରା- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ମାଲିମକଦ୍ଦମାରେ ସଫଳତା ମିଳିବ । ରାଜନୀତିରେ ଆଶା କରିଥିବା ଖବର ପାଇ ଖୁସି ହୋଇ ଯିବେ ।

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :