ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର- ବୃଷ ଦିବା ୦୪.୨୨ ଗତେ ମିଥୁନ । ତିଥି- ୧୨ଶୀ ରାତ୍ରି ୦୭.୫୨ ଗତେ ୧୩ଶୀ । ଘାତଚନ୍ଦ୍ର- ବିଛା ରାଶିର ଦିବା ୦୪.୨୨ ଗତେ କନ୍ୟା ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୭.୫୨ ପର୍ଯ୍ୟନ୍ତ ।
ପୂ,ଭାଦ୍ରପଦ- ରାସ୍ତାରେ ଯିବା ସମୟରେ ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହୋଇପାରେ । ଜଣେ ପଡ଼ୋଶୀଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । ଧର୍ମକାର୍ଯ୍ୟ ସକାଶେ ସତ୍ ସଙ୍ଗୀଙ୍କ ପ୍ରେରଣା ମିଳିପାରେ ।
ଉ,ଭାଦ୍ରପଦ- ଘରର ଅସଜଡ଼ା ପରିସ୍ଥିତି କଥା ଚିନ୍ତାକରି ରକ୍ତଚାପ ବଢ଼ିଯାଇପାରେ । ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ । କୌଣସି ଜିନିଷ ପାଇବାକୁ କେନ୍ଦ୍ରକରି ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି ।
ରେବତୀ- ସାଙ୍ଗଠନିକ କାର୍ଯ୍ୟରେ କିମ୍ବା ଆନୁଷ୍ଠାନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ପାରିବାରିକ ଆଲୋଚନାକୁ ପ୍ରାଧାନ୍ୟ ଦେଇପାରନ୍ତି । ଆକସ୍ମିକ ଭାବରେ ବନ୍ଧୁମିଳନ ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ ।
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩