• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd April 2024: ଆଜି ଏହି ରାଶିର ବ୍ୟକ୍ତି ଆଇନ ଅଦାଲତ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୧୪ଶୀ ରାତ୍ରି ୦୩.୨୬ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Monday 22 Apr 2024

ମୃଗଶିରା- ପରିବାରରେ ଅଶାନ୍ତ ଦୂର ହେବ ନୂତନ କାର‌୍ୟ୍ୟରେ ହାତ ଦେଇ କୃତକାର‌୍ୟ୍ୟ ହେବେ। ବାଣିଜ୍ୟ, ବ୍ୟବସାୟ ତଥା ବିବାଦୀୟ ଘଟଣାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିରେ ପଡ଼ି ଅଣନିଃଶ୍ୱାସୀ ହୋଇପାରନ୍ତି।

ଆଦ୍ରା-ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ। ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଜଣେ ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ।

ପୁନର୍ବସୁ- ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନ ଜନକ ଘଟଣା ଘଟିବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ ।

ପ୍ରତିକାର – ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :