• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd July 2024: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ କରିବେ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୧.୧୧ ଗତେ ୨ ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୧.୧୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।

Leo

ସିଂହ

Monday 22 Jul 2024

ମଘା- ଗୃହ କାର୍ଯ୍ୟରେ ବ୍ୟସ୍ତ ରହିବେ । ପେଟ ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ପାରିବାରିକ ସମସ୍ୟାକୁ ସୁଧାରିବାକୁ ଚେଷ୍ଟା କରନ୍ତୁ । ବ୍ୟବସାୟରୁ ଲାଭ ପାଇପାରନ୍ତି ।

ପୂ,ଫାଲଗୁନି- ରାଜନୀତିରେ ବିରୋଧୀମାନେ ଦୂରେଇଯିବା ଫଳରେ ଅନେକ ଶୁଭ କର୍ମର ସୁଯୋଗ ପାଇବେ । ମାନସିକ ସ୍ଥିତି ଭଲ ରହିବା ସହିତ ଶରୀର ସୁସ୍ଥ ରହିବ । ମିଷ୍ଟବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ ।

ଉ,ଫାଲଗୁନି- ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇପାରେ । ଗୁରୁଜନକ ସେବା କଲେ ଅନେକ ଆଶୀର୍ବାଦ ପାଇବେ ।

ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :