• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd July 2024: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ କରିବେ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୧.୧୧ ଗତେ ୨ ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୧.୧୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।

Libra

ତୁଳା

Monday 22 Jul 2024

ଚିତ୍ରା- ନିଜର ପ୍ରଭାବ ଓ ପରାକ୍ରମ ବଢିବାସହ ପ୍ରଶଂସିତ ହେବେ । ଜନସେବାରେ ନିଜକୁ ନିୟୋଜିତ କରି ଅନ୍ୟର ଦୁଃଖ ଦୁର୍ଦ୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପୁରୁଣା ସମ୍ପର୍କରେ ତିକ୍ତତା ଆସିପାରେ ।

ସ୍ୱାତୀ- ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢାପଢିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ହାସଲ କରିବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା କୌଣସି ଜଟିଳ ସମସ୍ୟାର ସମାଧାନ କରିବେ ।

ବିଶାଖା- ଅଜଣା ବ୍ୟକ୍ତିଙ୍କୁ ସାହାଯ୍ୟ କରି ବିପଦରେ ପଡିବେ । ଆପଣଙ୍କ ପାଇଁ ଆଜି ଦିନଟି କୌତୁହଳ ଜନକ ରହିବ । ବନ୍ଧୁ ମେଳରେ ପ୍ରଶଂସିତ ହେବେ ।

ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :